ଭୁବନେଶ୍ବର,୨୫ା୭: ବଲାଙ୍ଗୀରର ଲୋୟର ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ କରାଯାଉଛି। ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତି ରଖିଥିବା ଅଭିଯୋଗ ହୋଇଛି। ଏକକାଳୀନ ୯ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ବର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିର ବାସଭବନ ଓ ଅଫିସରେ ଚଢ଼ାଉ ହୋଇଛି।ଭିଜିଲାନ୍ସ ଜାଲରେ ବଲାଙ୍ଗିର ଲୋୟର ସୁକତେଲ୍ ମୁଖ୍ୟ ନିର୍ମାଣ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ଆଜି ରେଡ୍ କରିଛି ଭିଜିଲାନ୍ସ। ଭୁବନେଶ୍ୱର, ପୁରୀ, ଅନୁଗୋଳ, କଟକ, ବଲାଙ୍ଗିର ଜିଲ୍ଲା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।ସୁନୀଲଙ୍କ ଭୁବନେଶ୍ୱର ନୀଳାଦ୍ରି ବିହାରରେ ଥିବା ତିନି ମହଲା ଘର, ନୟାପଲ୍ଲୀରେ ଦୁଇ ମହଲା କୋଠାରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ସେହିପରି ପୁରୀ ଭିଆଇପି ରୋଡ୍ ଓ ଗ୍ରାଣ୍ଡ ରୋଡରେ ଫ୍ଲାଟ୍, କଟକ ଗୁରୁଡ଼ିଝାଟିଆ ସ୍ଥିତ ପୈତୃକ ଘର, ଅନୁଗୋଳ କିଶୋରନଗର ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ କରାଯାଇଛି।ସେହିପରି ପୁରୀର ୨ଟି ଫ୍ଲାଟ, କଟକ ସ୍ଥିତ ପୈତୃକ ଘରେ ଚଢ଼ାଉ। ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ ହୋଇଥିବାବେଳେ ଅନୁଗୁଳରେ ଥିବା ସୁନୀଲଙ୍କ ପୁଅଙ୍କ ଘରେ ବି ରେଡ ହୋଇଛି। ଚଢ଼ାଉରେ ୨ ଜଣ ଅତିରିକ୍ତ ଏସ୍ପି, ୮ ଡିଏସ୍ପି, ୬ ଇନସ୍ପେକ୍ଟର, ୧୦ ଏଏସ୍ଆଇ ଏବଂ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ବିଭାଗ ଦ୍ୱାରା ଚଢ଼ାଉ କରାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |