ନୂଆଦିଲ୍ଲୀ,୨୫ା୭: ପଞ୍ଜାବର ପଠାନକୋଟ ଅଞ୍ଚଳରେ ୭ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଚିହ୍ନଟ କରିଛି ସେନା ଓ ପୁଲିସ। ଫାଙ୍ଗତୋଲି ଗ୍ରାମରେ ସନ୍ଦିଗ୍ଧ ଆତଙ୍କବାଦୀମାନଙ୍କ ପଦଚିହ୍ନକୁ ପୁଲିସ ଠାବ କରିଛି। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇବା ପରେ ପୁଲିସ ଏବଂ ଭାରତୀୟ ସେନା ମିଳିତ ଭାବେ ପଠାନକୋଟ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯିବା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କଡ଼ି କରାଯାଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ତଥ୍ୟକୁ ଆଧାର କରି ସନ୍ଦିଗ୍ଧ ଆତଙ୍କବାଦୀମାନଙ୍କ ସ୍କେଚ ପ୍ରସ୍ତୁତ କରାଯାଇଛି। ସନ୍ଦିଗ୍ଧଙ୍କ ବିଷୟରେ କୌଣସି ତଥ୍ୟ ମିଳିଲେ ତୁରନ୍ତ ପୁଲିସକୁ ସୂଚନା ଦେବାକୁ କୁହାଯାଇଛି। ପୁଳିସ ଏବଂ ସେନା ପକ୍ଷରୁ ଉକ୍ତ ଅଞ୍ଚଳରେ ମିଳିତ ଅପରେସନ କରାଯାଉଛି। ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ଜଣାପଡ଼ିବା ପରେ ଅଞ୍ଚଳରେ ଭୟର ବାତାବରଣ ଲାଗି ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |