ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍ ଉପସ୍ଥାପନ କରିଛନ୍ତି।ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ । ତେଣୁ ନୂଆ ସରକାରଙ୍କର ନୂଆ ବଜେଟ୍ ଉପରେ ରାଜ୍ୟବାସୀଙ୍କ ନଜର ରହିଥିଲା । ରାଜ୍ୟ ବଜେଟର ଆକାର କେତେ ବଢ଼ିବ ? କଣ ନୂଆ ସ୍କିମ୍ ଆଣିବେ ରାଜ୍ୟ ସରକାର ? ଜନକଲ୍ୟାଣକାରୀ ଯୋଜନାକୁ କେତେ ଅଗ୍ରାଧିକାର ଦେବେ ? ତା’ଉପରେ ରହିଥିଲା ସମସ୍ତଙ୍କ ନଜର ।ତେବେ ପ୍ରଥମ ବଜେଟ୍ରେ ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ । ଗତ ସରକାର ୨ ଲକ୍ଷ ୫୫ ହଜାର ଟଙ୍କାର ବଜେଟ୍ କରିଥିବା ବେଳେ ଏଥର ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ କରିଛନ୍ତି । ୨୦୨୩-୨୪ ତୁଳନାରେ ଏହି ବଜେଟର ପରିମାଣ ୧୫% ଅଧିକ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |