ଖୁବ ଶୀଘ୍ର ବିଦ୍ୟାଳୟରେ ଖାଲି ପଡ଼ିଥିବା ୧୭ ହଜାର ୭୬୧ ଶିକ୍ଷକ ନିଯୁକ୍ତି ପାଇବେ

ଭୁବନେଶ୍ୱର,୨୬।୭: ଖୁବ ଶୀଘ୍ର ରାଜ୍ୟର ୧୬ ହଜାର ୫୧୯ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ୧୭ ହଜାର ୭୬୧ ଶିକ୍ଷକ ପଦ ପୂରଣ   ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିବେ । ସପ୍ତଦଶ ବିଧାନସଭାର ଆଜି ପଞ୍ଚମ ଦିବସରେ ଗୃହ କାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିଛି । ପ୍ରଶ୍ନକାଳରେ ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଦକ୍ଷତା ବିକାଶ ଓ ବୈଷୟିକ, ଶିଳ୍ପ, କ୍ରୀଡା ଓ ଯୁବ କଲ୍ୟାଣ ବିଭାଗ ଉପରେ ଆଲୋଚନା ହୋଇଥିଲା ।ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗ ଆଲୋଚନାରେ ଭାଗନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଖୁବ ଶୀଘ୍ର ରାଜ୍ୟର ୧୬ ହଜାର ୫୧୯ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ୧୭ ହଜାର ୭୬୧ ଶିକ୍ଷକ ପଦ ପୂରଣ ନିମନ୍ତେ ସରକାର ପଦକ୍ଷେପ ଗ୍ରହଣ କରିବେ । ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ଏ ସଂପର୍କିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି, ରାଜ୍ୟରେ ବନ୍ଦ ହୋଇଥିବା ସ୍କୁଲ ଗୁଡିକ ଖୋଲିବା ନେଇ ପଦକ୍ଷେପ ନିଆଯାଉଛି ।ବଡଚଣା ବିଧାୟକ ଅମର ନାଏକଙ୍କ ଉକ୍ରଳ ବିଶ୍ୱବିଦ୍ୟାଳୟର ଗ୍ରାମୀଣ କ୍ୟାମ୍ପସ ସ୍ଥିତି ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଚଳିତ ବର୍ଷ ଶେଷ ସୁଦ୍ଧା ବଡ଼ଚଣା ବ୍ଲକରେ ଉକ୍ରଳ ବିଶ୍ୱବିଦ୍ୟାଳୟର ଗ୍ରାମୀଣ କ୍ୟାମ୍ପସ ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବ । ଏହା ବ୍ୟତୀତ ଗୃହରେ ଶୂନ୍ୟକାଳରେ ବିଧାୟକମାନେ ବିଭନ୍ନ ପ୍ରସଙ୍ଗ ଉପରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!