ଭୁବନେଶ୍ବର,୨୬ା୭:ରୋଷେଇଶାଳର ମୁଖ୍ୟ ପରିବା ହେଉଛି ଆଳୁ। କିନ୍ତୁ ରାଜ୍ୟରେ ଏବେ ଆଳୁ ଦର ବଢ଼ିବାକୁ ନେଇ ଗ୍ରାହକ ଚିନ୍ତାରେ ପଡ଼ିଯାଇଛନ୍ତି। ଆଳୁଦର ରାଜ୍ୟରେ ଅଣାୟତ୍ତ ହୋଇପଡ଼ିଛି। ସାରା ରାଜ୍ୟରେ ନିତିଦିନିଆ ପରିବାକୁ ନେଇ ହନ୍ତସନ୍ତ ରାଜ୍ୟବାସୀ । ଆଳୁ କେଜି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ସମସ୍ତଙ୍କ ଚିନ୍ତା ବଢ଼ିଛି । ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ ଅସାଧୁ ବ୍ୟବସାୟୀ ଚଢ଼ା ଦରରେ ଆଳୁ ବିକ୍ରି କଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ।ଯୋଗାଣ ମନ୍ତ୍ରୀ କହିଛନ୍ତି, ସରକାର ପଶ୍ଚିମବଙ୍ଗରୁ ଆଳୁ ଆଣିବାକୁ ଚେଷ୍ଟା ଚଳାଇଛନ୍ତି। ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ। ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗରୁ ଆଳୁ ଆସି ନପାରିଲେ ଉତ୍ତରପ୍ରଦେଶରୁ ଆମଦାନୀ ପାଇଁ ଯୋଗାଯୋଗ କରାଯାଉଛି।ଆଳୁ ଅଭାବ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ । ଆଳୁ ଯୋଗାଣ ସ୍ୱାଭାବିକ କରିବା ପାଇଁ ମମତାଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ । ଏନେଇ ମୁଁ ଗଣମାଧ୍ୟମରୁ ଜାଣିବାକୁ ପାଇଛି ବୋଲି ଚିଠିରେ ଦର୍ଶାଇଛନ୍ତି । ଆଳୁ ଅତ୍ୟାବଶ୍ୟକ ଜିନିଷ ହୋଇଥିବାରୁ ଅଭାବରୁ କୃତ୍ରିମ ଦର ବଢିଛି । ଅତୀତରେ ଆପଣଙ୍କ ମହତ କାର୍ଯ୍ୟ ଉପକୃତ କରିଛି, ଏଥିରେ ଆପଣ ହସ୍ତକ୍ଷେପ କରନ୍ତୁ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |