ଭୁବନେଶ୍ୱର,୨୬।୭: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଲଘୁଚାପ ନେଇ ୧୩ ଜିଲାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ଚିଠି ଲେଖିଛନ୍ତି । ଲଘୁଚାପ ବର୍ଷାରେ ଉତ୍ତର ଓଡିଶାରେ ଉପୁଜିପାରେ ବନ୍ୟା ସ୍ଥିତି । ଉତ୍ତର ଓଡିଶା ସହ ୧୩ ଜିଲାକୁ ସଜାଗ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୧୩ ଜିଲା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ସତର୍କ କରିଛନ୍ତି।ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |