ଭୁବନେଶ୍ୱର,୨୮।୭:ଲଘୁଚାପ ପ୍ରଭାବରେ ଓଡିଶାରେ ବର୍ଷା ଲାଗି ରହିବ ବୋଲି ଜଣାପଡିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୫ ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ ନବରଙ୍ଗପୁର । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇପାରେ ।ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଅଗ୍ରସର ହେବ। ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |