ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ; ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୯।୭:ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ ।  ସେହିପରି ଆସନ୍ତା ୩୧ରୁ ୨ ତାରିଖ ଯାଏ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏହାବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି । ଏପରିକି ଏହି ୬ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।ଆଜି ମଧ୍ୟ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଯାଜପୁର । ଏସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!