ନବରଙ୍ଗପୁର( ମିହିର ଶଙ୍କର ପାତ୍ର),,୩୦ା୭:ଶ୍ରାବଣ ମାସର ୨ୟ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିବା ସୂଚନା ଦେଲେ କେଲିଆ ମନ୍ଦିର ସମ୍ପାଦକ ଦେବରାଜ ପାତ୍ର ଏଵଂ ଜି ସାଇ ରାଜୁ | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |