ଭୁବନେଶ୍ୱର, ୩୦।୭: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ବୁଧବାର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ, ଯାହା ଆଗକୁ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।୩୧ ତାରିଖ ବୁଧବାର ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |