କଟକ,୩୦ା୭ :ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଉଛି।ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ। ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ଓ ହୀରାକୁଦ ଡ୍ୟାମ୍ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଯୋଗୁ ମହାନଦୀରେ ପାଣି ବଢ଼ିବାରେ ଲାଗିଛି। ଅନୁଗୋଳ ଜିଲାର ଆଠମଲ୍ଲିକଠାରେ ହୀରାକୁଦର ପାଣି ପହଞ୍ଚିବା ପରେ ମହାନଦୀର ଜଳସ୍ତର ବୃଦ୍ଧି ପାଇଛି। ଏଥିସହିତ ମହାନଦୀ ପାଣି ଦୁଇ କୂଳକୁ ଛୁଇଁଛି l ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ନ ଥିଲେ ମଧ୍ୟ ବନ୍ୟା ନେଇ ଲୋକଙ୍କ ମନରେ ଆଶଙ୍କା ସୃଷ୍ଟି ହୋଇଛି।ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର।ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିଲେ ଏବେ ରୁଆ ଯାଇଥିବା ଧାନ ତଳି ସବୁ ପଚି ଯିବା ସମେତ ବସ୍ତା ଏବଂ ସଦର ବ୍ଲକର ପାଖାପାଖି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା କରାଯାଉଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |