ଭୁବନେଶ୍ୱର,,୩୧ା୭: ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏଥିପାଇଁ ଅନେକ ଜନଜୀବନ ପ୍ରଭାବିତ ହୋଇଛି । ଲଗାଣ ବର୍ଷା ଯୋଗୁଁ ଅନେକ ସ୍ଥାନରେ ନଦୀର ଜଳସ୍ତର ବୃଦ୍ଧି ହୋଇଛି । ଫଳରେ ଅନେକ ଘର ଭାଙ୍ଗିବା ସହ ଚାଷ ଜମି ନଷ୍ଟ ହୋଇଛି । ବର୍ତ୍ତମାନ ଲଗାଣ ବର୍ଷାରେ ପ୍ରଭାବିତ ଚାଷୀଙ୍କୁ କ୍ଷତିପୂରଣ ମିଳିବ । ଆରଆଇଙ୍କ ରିପୋର୍ଟ ପରେ କ୍ଷତିପୂରଣ ପ୍ରଦାନ କରାଯିବା ନେଇ ଗୃହରେ ଆଲୋଚନା ସମୟରେ କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ସୂଚନା ଦେଇଛନ୍ତି ।ରାଜସ୍ଵ ନିରୀକ୍ଷକଙ୍କ ଠାରୁ ସମ୍ପୂର୍ଣ୍ଣ ତଥ୍ୟ ମିଳିବା ପରେ ଚଳିତ ବର୍ଷ ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ବିଧାନସଭାରେ କହିଛନ୍ତି। ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ଚାଷୀ ମାନଙ୍କୁ ହୋଇଥିବା କ୍ଷତି ସମ୍ପର୍କରେ ରାଜସ୍ଵ ନିରୀକ୍ଷକ ଓ ଜିଲ୍ଲାପାଳଙ୍କ ଠାରୁ ରିପୋର୍ଟ ମଗା ଯାଇଛି। ରିପୋର୍ଟ ରାଜ୍ୟ ସରକାରଙ୍କୁ ରିପୋର୍ଟ ମିଳିବା ପରେ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ରିପୋର୍ଟ ନ ମିଳିବା ଯାଏଁ କ୍ଷତିପୂରଣ ବାବଦରେ କୌଣସି ପ୍ରକାର ପଦକ୍ଷେପ ନିଆଯାଇ ପାରିବ ନାହିଁ ବୋଲି ସେ କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |