ଭୁବନେଶ୍ୱର,୧।୮:ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଆଗମୀ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ କରିଛି । ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ । ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସୁବର୍ଣ୍ଣପୁରରେ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ିଲା ଘରର କାନ୍ଥ। ଏଥିରେ ଗୋଟିଏ ପରିବାରର ୫ଜଣ ଗୁରୁତର ହୋଇଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଡାହୁକବୁଡ଼ ଗାଁରେ ଏହି ଘଟଣା ଘଟିଛି। ଗୁରୁତର ଆହତଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |