ଭୁବନେଶ୍ୱର,୧।୮: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ଗୁରୁବାର ସେ ଭାଜପା ଦିଲ୍ଲୀ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଏହି ସମୟରେ ସାଧାରଣ ସଂପାଦକ ଅରୁଣ ସିଂ, ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲାରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିବା ମମତା ମହାନ୍ତ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ପୁଷ୍ପଗୁଚ୍ଛ ଦେଇ ଶ୍ରୀମତୀ ମହାନ୍ତଙ୍କୁ ସ୍ୱାଗତ କରିଛନ୍ତି।ବିଜେପିରେ ଯୋଗଦେବା ପରେ ମମତା ମହାନ୍ତ କହିଛନ୍ତି, ଲୋକମାନେ ମୋର ସଂପତ୍ତି। ଲୋକଙ୍କ ସେବା ହିଁ ଏକମାତ୍ର ଲକ୍ଷ୍ୟ। ବିଜେଡିରେ ଅଣଦେଖା କରାଗଲା, ସେବା ସୁଯୋଗ ପାଇଲିନି। ବିଜେଡିରେ ମୋର ଆଉ ଆବଶ୍ୟକତା ଲୋଡ଼ା ପଡୁନି ଅନୁଭବ କଲି। ଲୋକଙ୍କ ସେବା, କୁଡ଼ୁମୀ ସମାଜର ଉନ୍ନତି ପାଇଁ ବିଜେପିରେ ମିଶିଲି ବୋଲି ମମତା କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |