ଭୁବନେଶ୍ୱର,,୪।୮ : ଆଜି ଓଡ଼ିଆ ସାମ୍ବାଦିକତା ଦିବସ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶାରେ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଏ। କାରଣ ଏହିଦିନ ଜନ୍ମ ନେଇଥିଲା ପ୍ରଥମ ଓଡ଼ିଆ ମୁଦ୍ରିତ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ନିଜର ‘ଏକ୍ସ’ରେ ଲେଖିଛନ୍ତି, ୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। “ଓଡ଼ିଆ ସାମ୍ବାଦିକତା ଦିବସ” ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀ ମାନଙ୍କୁ ସାଧୁବାଦ୍।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |