ଆଜି ଶ୍ରାବଣ ତୃତୀୟ ସୋମବାର: ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ

ଭୁବନେଶ୍ବର ,୫ା୮: ଆଜି ତୃତୀୟ ଶ୍ରାବଣ ସୋମବାର, ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶିବ…ଶିବ…ଶିବ ଧ୍ବନିରେ ପ୍ରକମ୍ପିତ ଚତୁର୍ଦ୍ଦିଗ। ମହାଦେବଙ୍କ ମହା ଆରାଧନା ପାଇଁ ଲାଗିଛନ୍ତି ଭକ୍ତ। ଆଜି ଶ୍ରାବଣ ତୃତୀୟ ସୋମବାର, ବିଭିନ୍ନ ଶୈବ ପୀଠରେ ଜଳାଭିଷେକ ଚାଲିଛି।ଆଜି ଶ୍ରାବଣ ମାସର ତୃତୀୟ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଜଳ ଲାଗି ପାଇଁ ଲାଗିଛି କାଉଡ଼ିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, କଟକର ଧବଳେଶ୍ବର, ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଓ ନୟାଗଡ଼ର ଲଡ଼ୁବାବାଙ୍କ ପୀଠ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି।ଭୁବନେଶ୍ବରର ବାବା ଲିଙ୍ଗରାଜ, ପୁରୀର ଲୋକନାଥ ପୀଠ, ନୟାଗଡ଼ର ଲଡ଼ୁବାବା, ଭଦ୍ରକର ବାବା ଆଖଣ୍ଡଳମଣି ପୀଠରେ ଭୋରରୁ ଲମ୍ବିଛି କାଉଡ଼ିଆଙ୍କ ଭିଡ଼। ବୋଲ୍ ବମ୍ ନାରାରେ କମ୍ପୁଛି ଗଗନପବନ। ଶ୍ରାବଣ ମାସ ବାବାଙ୍କ ପ୍ରିୟ ମାସ ହୋଇଥିବାରୁ ପୂଜାର୍ଚ୍ଚନା ବି ସ୍ବତନ୍ତ୍ର ଭାବେ ଚାଲିଛି। କାଉଡିଆ ମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ଗଲେ ମାନସିକ ପୂରଣ ହୁଏ ବୋଲି ପୌରାଣିକ ବିଶ୍ୱାସ ରହିଛି। ସେଥିପାଇଁ ଜଳ ଲାଗି କରିବାକୁ ଯାଉଥିବା କାଉଡ଼ିଆ ମାସକ ପୂର୍ବରୁ ରୀତିନୀତି ପାଳନ କରିଥାନ୍ତି। ଅନ୍ୟପଟେ ଶୃଙ୍ଖଳିତ ଦର୍ଶନ ପାଇଁ ମଧ୍ୟ ଶୈବପୀଠ ଗୁଡ଼ିକରେ ପୁଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!