ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି:୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ,,୬।୮:ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି| ମହାପ୍ରଭୁଙ୍କ ଆସନ୍ତାକାଲି ଶ୍ରାବଣ-ଶୁକ୍ଳ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଆସନ୍ତାକାଲି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ୟ୍ୟନ୍ତ ସାଧାରଣ ଭକ୍ତ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ।ଏହା ମହାପ୍ରଭୁଙ୍କ ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେପର୍ଯ୍ୟନ୍ତ ଏହି ନୀତି ଚାଲେ ସେହି ସମୟ ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ ।ସେହିପରି ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ମହାପ୍ରଭୁଙ୍କୁ ଲଗି ହେଉଥିବା ପ୍ରାକୃତିକ ରଙ୍ଗ ହେଉଛି ନାଲି, କଳା, ଧଳା, ହରିତାଳ, ହିଙ୍ଗୁଳ, କସ୍ତୁରୀ ପାରମ୍ପାରିକ ରଙ୍ଗରେ ସେବକମାନେ ମହାପ୍ରଭୁଙ୍କ ମୁଖ ସୃଙ୍ଗାର କରିବେ । ଏହା ମହାପ୍ରଭୁଙ୍କ ଗୁପ୍ତ ନୀତି ହେଉଥିବାରୁ ଜୟ ବିଜୟ ମୁଖ୍ୟ ଦ୍ୱାରକୁ ବନ୍ଦ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!