ଭୁବନେଶ୍ବର,୭ା୮: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଦେବଗଡ଼, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସମାନ୍ତରାଳ ଭାବେ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉକ୍ତ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସହିତ ଦିଘା ଦେଇ ଅତିକ୍ରମ କରୁଥିବା ମନ୍ସୁନ୍ ଟ୍ରଫ୍ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।
:
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |