ନୂଆଦିଲ୍ଲୀ,୮ା୮: ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଲଗାତାର ନବମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ । ପୂର୍ବ ପରି ଅପରିବର୍ତ୍ତିତ ରହିଛି ରେପୋ ରେଟ୍। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା । ଆରବିଆଇର ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା । ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ।ଲଗାତର ଅଷ୍ଟମ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ ବା ସୁଧ ହାରକୁ ୬.୫ ପ୍ରତିଶତରେ ରଖିଛନ୍ତି ରିଜର୍ଭ ବ୍ୟାଙ୍କ ଇଣ୍ଡିଆ। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ପ୍ରଥମ ମୁଦ୍ରା ନୀତି କମିଟି(ଏମପିସି) ବୈଠକରେ ଆରବିଆଇ ଏହି ନିଷ୍ପତ୍ତି ନେଇଥିବା ଆର୍ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି।ଏହାର ଅର୍ଥ ହେଉଛି ଆପଣଙ୍କ ଋଣ କିସ୍ତି(EMI) ବଢିବ ନାହିଁ କି ହ୍ରାସ ପାଇବ ନାହିଁ। କ୍ରମାଗତ ଅଷ୍ଟମ ଥର ପାଇଁ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍କୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି। ସେପଟେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଜିଡିପି ଅଭିବୃଦ୍ଧି ହାର ୭.୨ ପ୍ରତିଶତ ହେବ ବୋଲି ଆକଳନ କରିଛି ଆର୍ବିଆଇ। ଏହାର ଅର୍ଥ ହେଉଛି ଯେ କେନ୍ଦ୍ରୀୟ ବ୍ୟାଙ୍କ ଜିଡିପି ଅଭିବୃଦ୍ଧି ଆକଳନକୁ ପରିବର୍ତ୍ତନ କରିନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |