ଆଳୁ ସଂକଟ : ଦିଦିଙ୍କୁ ମନାଇବେ କୋଲକାତା ଗଲେ ଜଗନ୍ନାଥଙ୍କ ବାଡ଼ଗ୍ରାହୀ

ଭୁବନେଶ୍ୱର,୯।୮: ଓଡିଶାରେ ବେଲଗାମ୍‌ ଆଳୁ। ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁର ଦର ବଜାରରେ ଏତେ ବଢି ଯାଇଛି ଯେ, ଦର ଶୁଣି ଲୋକଙ୍କୁ ଡର ମାଡୁଛି ।ରାଜ୍ୟରେ ଆଳୁ ସଂକଟରୁ ଫାଇଦା ଉଠାଇ ବ୍ୟବସାୟୀମାନେ ମନ ଇଛା ବେପାର କରୁଥିବା ଦେଖାଦେଇଛି। ଆଳୁ ସଂକଟ ଦୂର କରିବା ପାଇଁ ରାଜ୍ୟ ସରକାର ଯେତେ ଯାହା ଉଦ୍ୟମ କଲେ ବି ସଫଳ ହେଉନାହାନ୍ତି। ଆଳୁର ଦର ବଢ଼ି ଥିବା ବେଳେ ଏହି ସଙ୍କଟ ଦୂର କରିବା ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଆଜି କୋଲକାତା ଯାଇଛନ୍ତି। ଓଡିଶାକୁ ଆଳୁ ପଠାଇବା ବାବଦରେ ସେ ଦିଦିଙ୍କ ସହ ଆଲୋଚାନ କରିବେ। ମମତାଙ୍କୁ ମନାଇବା ପାଇଁ ଉଦ୍ୟମ କରିବେ। ସେ କଥା ହେବା ପରେ ରାଜ୍ୟରେ ଉପୁଜିଥିବା ଆଳୁ ସମସ୍ୟାର ସମାଧାନ ହେବ ବୋଲି ଆଶା ରଖିଛନ୍ତି।ଦିଦିଙ୍କ ସହ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନୀଙ୍କର ସୁସମ୍ପର୍କ ରହିଛି। ସେ ବିଭିନ୍ନ ସମୟରେ କୋଲକାତାରେ ଦିଦିଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି। ବିଶେଷ କରି କାଳିପୂଜା ଓ ଦୁର୍ଗାପୂଜା ସମୟରେ ଜଗନ୍ନାଥ ସ୍ବାଇଁ ମହାପାତ୍ର ମମତା ବାନାର୍ଜୀଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି। ତେଣୁ ତାଙ୍କ କଥା ଦିଦି ରଖିବେ ବୋଲି ସେ ଆଶା ରଖିଛନ୍ତି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!