୩୦ ଟଙ୍କାରେ ଆଳୁ ବିକିବେ ରାଜ୍ୟ ସରକାର

ଭୁବନେଶ୍ବର,,୯।୮: ରାଜ୍ୟ ସରକାରଙ୍କ ପକ୍ଷରୁ କିଲୋଗ୍ରାମ ପ୍ରତି ଆଳୁ ୩୦ ଟଙ୍କାରେ ଖାଉଟିଙ୍କୁ ଦିଆଯିବ। ଆଲୋଚନାସତ୍ତ୍ବେ ପଶ୍ଚିମବଙ୍ଗଳୁ ଆଳୁ ଆସି ପାରୁନାହିଁ। ତେଣୁ ରାଜ୍ୟ ସରକାର ନାଫେଡ ଜରିଆରେ ଆଳୁ ଆଣିବେ। ଦିନକ ପରେ ରାଜ୍ୟକୁ ପର୍ଯ୍ୟାପ୍ତ ପରିମାଣର ଆଳୁ ଆସିଯିବ। ଉଚ୍ଚା ଦରରେ କିଣିଲେ ବି ଲୋକଙ୍କୁ ୩୦ଟଙ୍କାରେ ଆଳୁ ଦେବୁ। ଆଳୁ ଅଭାବ ରହିବନି, ଯେତେ ଆବଶ୍ୟକ ସେତେ ଅଣାଯିବ ବୋଲି ଦିଲ୍ଲୀରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି।ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ।ଶ୍ରୀ ପାତ୍ର କହିଛନ୍ତି, ଆଳୁ ସମସ୍ୟା ସମାଧାନ ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କ ସହିତ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ପରେ ପଶ୍ଚିମବଙ୍ଗର ମୁଖ୍ୟଶାସନ ସଚିବଙ୍କୁ ଓଡ଼ିଶା ସରକାରଙ୍କ ମୁଖ୍ୟଶାସନ ସଚିବ ଚିଠି ଲେଖିଥିଲେ। ଏବେ ମଧ୍ୟ ଆଳୁ ସମସ୍ୟା ସମାଧାନ ପାଇଁ ଉଦ୍ୟମ ଚାଲିଛି। ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଦୂର ପାଇଁ ନାଫେଡ୍‌ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ଅର୍ଡର ଦିଆଯାଇଛି। ଦିନେ ଦୁଇ ଦିନ ଭିତରେ ଆଳୁ ପହଞ୍ଚିବ। ପର୍ଯ୍ୟାପ୍ତ ପରିମାଣରେ ଆଳୁ ଆସୁଛି ବୋଲି ଶ୍ରୀ ପାତ୍ର କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!