ଭୁବନେଶ୍ୱର,୯।୮: ୮ଟି ଜିଲ୍ଲାରେ ଉଦ୍ଘାଟନ ହେଲା ୧୪ଟି ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟ । ଉଦ୍ଘାଟନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମୟୁରଭଞ୍ଜ ଜିଲ୍ଲାର ତିରିଙ୍ଗ, କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁର, ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ଓ ନୂଆଗାଁ, କୋରାପୁଟ ଜିଲ୍ଲାର ବନ୍ଧୁଗାଁ ଓ ନାରାୟଣପାଟଣା, ନବରଙ୍ଗପୁରର ଝରିଗାଁ, କୋସାଗୁମୁଡ଼, ରାଇଘର ଓ ତେନ୍ତୁଳିଖୁଣ୍ଟି, ରାୟଗଡା ଜିଲ୍ଲାର କାଶୀପୁର ଓ ରମଣଗୁଡା, ଗଞ୍ଜାମ ଜିଲ୍ଲାର ଧରାକୋଟ ଓ କନ୍ଧମାଳ ଜିଲ୍ଲାର ଖଜୁରୀପଦା ଆଦି ଅଞ୍ଚଳରେ ନୂତନ ସରକାରୀ ସ୍ନାତକ ମହାବିଦ୍ୟାଳୟର ଉଦ୍ଘାଟନ ହୋଇଛି ।ଉଚ୍ଚଶିକ୍ଷା ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ଶିକ୍ଷା ହିଁ କେବେଳ ସେହି ମାଧ୍ୟମ ଯାହାଦ୍ୱାରା ଯୁବବର୍ଗ ମାନେ ନିଜକୁ ସଶକ୍ତ କରିବା ସହ ସମାଜରେ ପରିବର୍ତ୍ତନ ଆଣିପାରିବେ । ଉପାନ୍ତ ଅଞ୍ଚଳରେ ନବ ନିର୍ମିତ ଏହି ୧୪ଟି ସରକାରୀ ସ୍ନାତକ ମହାବିଦ୍ୟାଳୟ ଶିକ୍ଷାକ୍ଷେତ୍ରରେ ନିଶ୍ଚିତ ରୂପେ ବିପ୍ଳବ ଆଣିବ । ଏଥି ସହିତ ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପ୍ରତି ଆଗ୍ରହ ବଢିବା ସହିତ ଡ୍ରପ୍ଆଉଟ୍ ପ୍ରତିଶତ ହ୍ରାସ ପାଇବ । ମନ୍ତ୍ରୀ ଆଜିର ଉଦ୍ଘାଟନ ସମାରୋହରେ ଆଭାସୀ ମାଧ୍ୟମରେ ଉପସ୍ଥିତ ଥିବା ନବନିର୍ମିତ ସ୍ନାତକ ମହାବିଦ୍ୟାଳୟର ଅଧ୍ଯକ୍ଷ, ଛାତ୍ରଛାତ୍ରୀ, ସରକାରୀ ଅଧିକାରୀ ଓ ଜନପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |