ନୂଆଦିଲ୍ଲୀ,୧୦ା୮: ନକ୍ସଲ ଏବଂ ଯବାନଙ୍କ ମଧ୍ୟରେ ଜାମ୍ମୁ କାଶ୍ମୀର ଅନ୍ତନାଗ ଠାରେ ଚାଲିଛି ଲଢେଇ । ଘଟଣାସ୍ଥଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଏନକାଉଣ୍ଟରରେ ଦୁଇ ଯବାନ ଆହତ ହୋଇଥିବା ଜଣାପଡିଛି । ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଯାହାର ପାଲଟା ଜବାବ ଦେଇଥିଲେ ଭାରତୀୟ ସୁରକ୍ଷା ବାହିନୀ।ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧ ୨ ଜଣ ଯବାନ ଆହତ ହୋଇଛନ୍ତି। ଆଜି ମଧ୍ୟାହ୍ନରେ ଅନନ୍ତନାଗରେ ଅହଲାନ ଗାଡୋଲେ ଆରମ୍ଭ ହୋଇଥିବା ଏନକାଉଣ୍ଟର ଏବେ ବି ଜାରି ରହିଛି।ପୁଲିସ କହିଛି ଯେ ଆଜି ମଧ୍ୟାହ୍ନରେ କୋକେରନାଗ ସବଡିଭିଜନରେ ଥିବା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦ ନିରୋଧ ଅପରେସନ କରାଯାଉଥିଲା। ଏହି ସମୟରେ ପ୍ୟାଟ୍ରୋଲିଂ ଟିମ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏହାର ଜବାବ ମଧ୍ୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦିଆଯାଇଛି। ତେବେ ଗୁଳି ବିନିମୟ ବେଳେ ୨ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ସ୍ଥାନୀୟ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |