ଭୁବନେଶ୍ୱର,୧୧।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦେଶ ପାଳିବ ୭୮ ତମ ସ୍ୱାଧୀନତା ଦିବସ। ଏଥିପାଇଁ ରାଜ୍ୟ ସ୍ତରୀୟ ଜାତୀୟ ପତାକା ଉତ୍ତୋଳନ ପାଇଁ ପ୍ରସ୍ତୁତି ହୋଇଛି। ଏଥର ନୂଆ କରି ସରକାର ଗଢ଼ିଥିବା ବିଜେପି ସ୍ୱାଧୀନତା ଦିବସ ପାଳିବ। ରାଜଧାନୀ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।କଟକରେ ଜାତୀୟ ପତାକା ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ନୂଆପଡ଼ାରେ ଜାତୀୟ ପତାକା ଉତ୍ତୋଳନ କରିବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ। ସେହିପରି କଳାହାଣ୍ଡିରେ ରାଜସ୍ୱ ମନ୍ତ୍ରୀ ସୁରେଜ ପୂଜାରୀ, ସୁନ୍ଦରଗଡ଼ରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାୟକ, କୋରାପୁଟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗଞ୍ଜାମରେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଜାତୀୟ ପତାକା ଉତ୍ତୋଳନ କରିବେ।ସେହିପରି ବରଗଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗଜପତିରେ ପରିବହନ ମନ୍ତ୍ରୀ ବିଭୁତି ଭୁଷଣ ଜେନା, ବାଲେଶ୍ୱରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବଲାଙ୍ଗିରରେ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ, ମାଲକାନଗିରିରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଖୋର୍ଦ୍ଧାରେ ମନ୍ତ୍ରୀ ପ୍ରତାପ ବଳ ସାମନ୍ତ, କନ୍ଧମାଳରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ରାୟଗଡ଼ାରେ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଜାତୀୟ ପତାକା ଉତ୍ତୋଳନ କରିବେ।ତେବେ ପୁରୀ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଜଗତସିଂହପୁର, ଝାରସୁଡ଼ା, ମୟୂରଭଞ୍ଜ, ସୋନପୁର, ସୋନପୁର, ଢ଼େଙ୍କାନାଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରେ ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିବେ। ଷ୍ଟିଲ୍ ସିଟି ରାଉରକେଲାରେ ସୁନ୍ଦରଗଡ଼ ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି|
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |