ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ

ବରଗଡ଼,,୧୩।୮: ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଣେ ବରଗଡ଼ ଜିଲ୍ଲା ବରପାଲି ସ୍ଥିତ ତାଙ୍କ ବାସଭବନରେ ତାଙ୍କ ଶେଷ ଦର୍ଶନ ପାଇଁ ଲୋକଙ୍କ ଭିଡ଼ ଜମିଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!