ଭୁବନେଶ୍ବର,୧୩।୮: ଘୂର୍ଣ୍ଣିବଳୟ ସାଙ୍ଗକୁ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ରହିଛି। ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୧୮ ତାରିଖ ଠାରୁ ପାଗ ବଦଳିବ। ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ରଣର ବର୍ଷା ହେବ। ସେହିପରି ଆସନ୍ତାକାଲି ପାଇଁ ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଘଡଘଡି ପାଇଁ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେଉଁଝର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ଆଲର୍ଟ କରଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |