‘ସୁଭଦ୍ରା ଯୋଜନା ପାଇଁ SOP ପ୍ରସ୍ତୁତ,ସାଧାରଣ ଲୋକଙ୍କ ମତାମତ ସଂଗ୍ରହ

ଭୁବନେଶ୍ୱର,୧୩।୮:’ଆସନ୍ତା ସେପ୍ଟେମ୍ବର ୧୭ରୁ ଲାଗୁ ହେବ ସୁଭଦ୍ରା ଯୋଜନା। ଏଥିନିମନ୍ତେ ଆସନ୍ତା କିଛି ଦିନ ମଧ୍ୟରେ ଆସିବ ଏସ୍‌ଓପି।  ମାତ୍ର ଏହା ପୂର୍ବରୁ ସାଧାରଣ ଲୋକଙ୍କ ମତାମତ ସଂଗ୍ରହ କରାଯାଉଛି। ଆବଶ୍ୟକ ସ୍ଥଳରେ ଏସ୍‌ଓପିରେ ପରିବର୍ତ୍ତନ ବି ହେବ।’ସୁଭଦ୍ରା ଯୋଜନାକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନା ନେଇ ମହିଳାଙ୍କୁ ଭ୍ରମିତ କରନ୍ତୁ ନାହିଁ। ଏସଓପି ନଆସିବା ପର୍ଯ୍ୟନ୍ତ ମହିଳାମାନଙ୍କୁ ଭ୍ରମିତ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆବେଦନ ପ୍ରକ୍ରିୟା ଅତି ସରଳ କରାଯିବ, କେହି ଭ୍ରମିତ ହୁଅନ୍ତୁନି ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି।ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସଓପି ସାର୍ବଜନୀନ ହେବ। ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହିତାଧିକାରୀଙ୍କୁ ଦିଆଯିବ। ସୁଭଦ୍ରା ଯୋଜନା ପାଇଁ ଏସଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା କରାଯାଇଛି। ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି। ଲୋକମାନେ ଯାହା ମତାମତ ଦେବେ, ସେହି ହିସାବରେ ସଂଶୋଧନ ହେବ। ୧୪ ତାରିଖ ସୁଦ୍ଧା ଜିଲାପାଳମାନଙ୍କଠାରୁ ଫିଡ୍ବ୍ୟାକ ରିପୋର୍ଟ ଆସିବ। ଲୋକଙ୍କ ମତ ପରେ ଏସଓପିରେ ସଂଶୋଧନ ହୋଇ ସାର୍ବଜନୀନ ହେବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!