ଦେଶ ପାଳନ କରୁଛି ୭୮ତମ ସ୍ୱାଧିନତା ଦିବସ , ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮: ସାରା ଦେଶ ପାଳନ କରୁଛି ୭୮ତମ ସ୍ୱାଧିନତା ଦିବସ । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଛନ୍ତି ।  ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ। ଭାରତକୁ ବିଶ୍ବଗୁରୁ କରିବା ପାଇଁ ଆମେ ସହାୟକ ହେବୁ। ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ, ୭୮ ତମ ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ।ସେ ଲେଖିଛନ୍ତି ଯେ, ଦେଶର ସ୍ୱାଧୀନତା ପାଇଁ ପ୍ରାଣବଳି ଦେଇଥିବା ଭାରତ ମାତାର ବୀର ସୁପୁତ୍ରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଆସନ୍ତୁ ଦେଶରେ ଶାନ୍ତି ଏବଂ ଅଖଣ୍ଡତା ପାଇଁ ଆମେ ସମସ୍ତେ ପ୍ରୟାସ କରିବା। ଜୟ ହିନ୍ଦ, ଭାରତ ମାତା କି ଜୟ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!