ଭୁବନେଶ୍ୱର,୫।୮: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ ୧୫ତମ ସ୍ଥାନ ମିଳିଛି। ଗତ ବର୍ଷ ଏହି ଜାତୀୟ ଅନୁଷ୍ଠାନ ଏନଆଇଆରଏଫ ତାଲିକାରେ ୧୭ତମ ସ୍ଥାନରେ ଥିଲା। ତେବେ ୨୦୨୨ରେ ୨୬ତମ ସ୍ଥାନ ହାସଲ କରିଥିବା ଏହି ଅନୁଷ୍ଠାନ ମାତ୍ର ଦୁଇ ବର୍ଷ ମଧ୍ୟରେ ଏଗାର ସୋପାନ ଉପରକୁ ଉଠି ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ଯାହାକି ଗୌରବର ବିଷୟ।କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଘୋଷଣା କରିଥିବା ୨୦୨୪ ବର୍ଷ ପାଇଁ NIRF ତାଲିକା ଅନୁସାରେ ଏମ୍ସ ଭୁବନେଶ୍ୱରକୁ ଓଡ଼ିଶାର ସର୍ବୋତ୍ତମ ମେଡିକାଲ୍ କଲେଜର ମାନ୍ୟତା ପ୍ରଦାନ କରିଛି। କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ତଥା CEO ଡ. ଆଶୁତୋଷ ବିଶ୍ବାସଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଏହି ଜାତୀୟ ଅନୁଷ୍ଠାନ ଭିତ୍ତିଭୂମି, ଶିକ୍ଷା, ରୋଗୀସେବା ଏବଂ ଗବେଷଣା ସମେତ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଛି। ଏହି ଅବସରରେ ଡ. ବିଶ୍ବାସ ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ତଥା ଏମ୍ସର ବିଶାଳ ପରିବାରକୁ ସେମାନଙ୍କର ଉତ୍ସର୍ଗୀକୃତ ମନୋଭାବ ତଥା କଠିନ ପରିଶ୍ରମ ପାଇଁ ହୃଦୟରୁ ଅଭିନନ୍ଦନ ଜଣାଇଛନ୍ତି। ରୋଗୀ ସେବା, ଗବେଷଣା ଏବଂ ଶିକ୍ଷାର ସାମଗ୍ରିକ ବିକାଶରେ ଏହି ଅନୁଷ୍ଠାନ ଉତ୍କର୍ଷର ନିରନ୍ତର ଅନୁସରଣ ଜାରି ରଖିବବୋଲି ଡ. ବିଶ୍ବାସ ମତବ୍ୟକ୍ତ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |