୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ; ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି !

ଭୁବନେଶ୍ୱର,୧୫।୮: ବଢ଼ିବ ବର୍ଷା। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ସୂଚନା । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଅନୁଗୋଳ,ଢେଙ୍କାନାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ କେତେକ ଅଞ୍ଚଳରେ ବଜ୍ରପାତ ଓ ଘଡ଼ଘଡି ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!