ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସେବା ସଂମାନ ରେ ସଂମ୍ମାନିତ ହେଲେ ଡାବୁଗାଁ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଡକ୍ତର ସୁଭାଶିଷ ସାହୁ

ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ,୧୫।୮ :-ଆଜି ୭୮ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଦିନ 11 ଘଣ୍ଟା ସମୟରେ ନବରଙ୍ଗପୁର ଠାରେ ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସେବା ସଂମାନ ରେ ସଂମ୍ମାନିତ ହେଲେ ଡାବୁଗାଁ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଡକ୍ତର ସୁଭାଶିଷ ସାହୁ।ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସୁଭାଶିଷ ସାହୁଙ୍କୁ ଅବଦାନ ଅତୁଳନୀୟ । ଗୋଷ୍ଠୀ ଓ ସ୍ୱାସ୍ଥ୍ୟ ବ୍ୟବସ୍ଥା ମଧ୍ଯରେ ସୁସମନ୍ୱୟ ରକ୍ଷାକରି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଉନ୍ନତି ଆଣିବାରେ ଡାକ୍ତର ସୁଭାଶିଷ ସାହୁଙ୍କ ନିରନ୍ତର ପ୍ରୟାସ ଅନସ୍ଵୀକାର୍ଯ୍ୟ । ଜନସାଧାରଣଙ୍କୁ ପ୍ରାଥମିକ ସ୍ଵାସ୍ଥ୍ୟସେବା ଯୋଗାଇଦେବା ସହିତ ସ୍ଵାସ୍ଥ୍ୟ ସୂଚକାଙ୍କରେ ଉନ୍ନତି ଆଣିବା ଦିଗରେ ତାଙ୍କ ଭୂମିକା ବେଶ ଗୁରୁତ୍ବପୂର୍ଣ । ଡାବୁଗାଁ ଅଂଚଳର ଲୋକମାନଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ଯେଉଁ ଉତ୍ସର୍ଗୀକୃତ ମନୋଭାବ ପ୍ରଦର୍ଶନ କରିଛନ୍ତି ତାହା ସ୍ୱାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ଓ ଅନୁକରଣୀୟ।ଜନସ୍ୱାସ୍ଥ୍ୟସେବା କ୍ଷେତ୍ରରେ ତାଙ୍କ ମହତ ଅବଦାନ ରହିଛି।ତେଣୁ ଆଜି ଜିଲ୍ଲାସ୍ତରୀୟ ସ୍ୱାସ୍ଥ୍ୟ ସେବା ସଂମାନ ରେ ନବରଙ୍ଗପୁର ଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ସଂମ୍ମାନିତ ହେଲେ ଡାବୁଗାଁ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକ୍ଷକ ଡକ୍ତର ସୁବାଶିଷ ସାହୁ। ଆଜି ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକ୍ଷକଙ୍କୁ ନବରଙ୍ଗପୁର ଠାରେ ସଂମ୍ମାନିତ କରିବା ସମୟରେ ଉପସ୍ଥିତି ଥିଲେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ମୁଖ୍ୟ ଏଵଂ ନବରଙ୍ଗପୁର ଜିଲ୍ଲାପାଳ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!