ୱାଇ.ବି ଖୁରାନିଆ ରାଜ୍ୟର ନୂଆ ପୁଲିସ ଡିଜି

ଭୁବନେଶ୍ୱର,୧୬।୮:ୱାଇ.ବି ଖୁରାନିଆ ରାଜ୍ୟର ନୂଆ ପୁଲିସ ଡିଜି |ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା,ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ସେ ଉତ୍ତରାଂଚଳ ଓ ଦକ୍ଷିଣାଂଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏଥିସହ କେନ୍ଦ୍ରକୁ ଯାଇ BSF ସ୍ପେଶାଲ ଡିଜି ମଧ୍ୟ ହୋଇଥିଲେ।ଅଗଷ୍ଟ ୨ ତାରିଖରେ କ୍ୟାବିନେଟ୍ କମିଟି ଶ୍ରୀ ଖୁରାନିଆଙ୍କ ଡେପୁଟେସନ ଅବଧିକୁ ଆଗୁଆ ସମାପ୍ତ କରି ଓଡ଼ିଶା କ୍ୟାଡ଼ରକୁ ଫେରାଇ ଆଣିଥିଲା।  କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜୁଲାଇ ୨୬ ତାରିଖର ପ୍ରସ୍ତାବ ଆଧାରରେ ବିଏସଏଫ ସ୍ପେଶାଲ ଡିଜି ୧୯୯୦ ବ୍ୟାଚ୍ ଆଇପିଏସ୍ ଶ୍ରୀ ଖୁରାନିଆଙ୍କୁ ତତ୍କାଳ ପ୍ରଭାବରୁ ନିଜ କ୍ୟାଡ଼ର(ଓଡ଼ିଶା)କୁ ଫେରାଇ ଦେବା ପାଇଁ କେନ୍ଦ୍ର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ କରିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!