ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ

ଭୁବନେଶ୍ୱର,୧୭।୮:  ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି,  ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି ସେ ରଖିଛନ୍ତି । ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳୁଥିବା ଗହମକୁ ବନ୍ଦ କରି ଦେଇଥିଲେ ପୂର୍ବ ସରକାର । ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରାଯିବା ପରେ ଗହମ ଯୋଗାଣକୁ ବନ୍ଦ କରି ଦିଆଯାଇଥିଲା । ଏବେ ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀ ଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ପାଇବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!