ଭୁବନେଶ୍ୱର,,୧୭।୮: ଦକ୍ଷିଣ ବାଙ୍ଗଲାଦେଶ ଓ ତତସଲଗ୍ନ ଅଂଚଳରେ ସକ୍ରିୟ ରହିଛି ଲଘୁଚାପ । ୧୯ ତାରିଖ ବେଳକୁ ଏହା ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ । ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ଏହି ୧୪ ଜିଲ୍ଲା ହେଉଛି ଅନୁଗୁଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼। ବର୍ଷା ଯୋଗୁଁ ଅଚାନକ ପାଣି ମାଡ଼ି ଆସିପାରେ ଏବଂ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ କେନାଲ ଓ ନଦୀବନ୍ଧ ଉପରେ ନଜର ରଖିବାକୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ପାଇଁ କେଉଁଝର, ମୟୂରଭଞ୍ଜ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡା, ଗଜପତି, ଗଂଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୦ରୁ କମିବ ବର୍ଷାର ପରିମାଣ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |