କେନ୍ଦ୍ରାପଡ଼ା,୧୭ା୮: କେନ୍ଦ୍ରାପଡ଼ା ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଗତକାଲି ପ୍ରଦୀପଙ୍କ ଘର, ଅଫିସ ସହିତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ ବିଭାଗ। ଏହି ଚଢ଼ାଉ ସମୟରେ ଅଢ଼େଇ କୋଟି ଟଙ୍କା ଜମା, ୨ଟି କୋଠା ଏବଂ ୮୫୦ ଗ୍ରାମ୍ର ସୁନା ମିଳିଥିଲା। ତେବେ ଆଜି ପ୍ରଦୀପଙ୍କୁ ଗିରଫ କରାଯାଇଛି।ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା କେନ୍ଦ୍ରାପଡ଼ାର ଅତିରିକ୍ତ ଯୋଗାଣ ଅଧିକାରୀ ପ୍ରଦୀପ ମହାପାତ୍ର ଆଜି ବନ୍ଧାଯାଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |