ସମସ୍ତଙ୍କୁ ମାଗଣାରେ ଦିଆଯିବ ମହାପ୍ରସାଦ

ପୁରୀ,୧୮।୮: ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ପୁରୀ ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ ଭକ୍ତଙ୍କୁ ମାଗଣାରେ ବଣ୍ଟନ କରାଯିବ ମହାପ୍ରସାଦ। ଏନେଇ ଯୋଜନା ରଖିଛନ୍ତି ରାଜ୍ୟ ସରକାର। ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାନ୍ତି। ସେ କହିଛନ୍ତି, ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି|ଆଇନ ମନ୍ତ୍ରୀ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ସେଠାରେ ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି, ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!