ପରଲୋକ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ

ରାଉରକେଲା,୧୮ା୮::ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା।୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ବିୟୋଗରେ ଭାଙ୍ଗି ପଡ଼ିଛନ୍ତି କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ। ତାଙ୍କ ରାଜନୀତିକ ଓ ବ୍ୟକ୍ତିଗତ କାର୍ଯ୍ୟରେ ପତ୍ନୀ ଝିଙ୍ଗିଆ ଓରାମଙ୍କର ଥିଲା ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା।ଝିଙ୍ଗିଆ ଓରାମଙ୍କ ମୃତଦେହକୁ ଗତକାଲି ରାତିରେ ଭୁବନେଶ୍ୱରର ଲୁମ୍ବିନୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲେ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ତାଙ୍କ ମନ୍ତ୍ରିମଣ୍ଡଳରର ସଦସ୍ୟମାନେ। ଏହା ସହିତ ଆହୁରି ଅନେକ ବ୍ୟକ୍ତିବିଶେଷ ସେଠାରେ ପହଞ୍ଚି ଝିଙ୍ଗିଆ ଓରାମଙ୍କର ଶେଷ ଦର୍ଶନ କରିବା ସହିତ ଜୁଏଲ ଓରାମଙ୍କୁ ସାନ୍ତ୍ୱନା ଦେଇଥିଲେ। ଝିଙ୍ଗିଆ ଓରାମଙ୍କ ପାର୍ଥିବ ଶରୀରକୁ ଆଜି ସୁନ୍ଦରଗଡ଼ ଜିଲ୍ଲା ବଣାଇର କେନ୍ଦୁଡ଼ିହିକୁ ନିଆଯାଇଛି। ସେଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ।କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକାଵାର୍ତ୍ତାରେ କହିଛନ୍ତି,”ଆମ ଦଳର ବରିଷ୍ଠ ନେତା ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଅନେକ ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଜୁଏଲ ଭାଇଙ୍କ ଘରକୁ ଯିବା ସମୟରେ ତାଙ୍କ ପରିବାର ସଦସ୍ୟଙ୍କ ଠାରୁ ମୋତେ ବହୁତ ସ୍ନେହ ଆଦର ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!