ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ,୨୦।୮:  ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି। ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରଖାଯାଇ ବିଧି ବିଧାନ ସହ ଏହି ନୀତି ପାଳନ କରାଯାଇଥାଏ। ତେବେ ଆସନ୍ତାକାଲି ଅର୍ଥାତ ବୁଧବାର ଦିନ ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି।ବୁଧବାର ଦିନ ଭାଦ୍ରବ କୃଷ୍ଣ ପକ୍ଷ ତିଥି। ଏହି ଅବସରରେ ତିନି ଠାକୁରଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ ବା ବନକଲାଗି ନୀତି ପାଳନ ହେବ। ତେବେ ଏହି ନୀତି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅନୁଷ୍ଠିତ ହେବ। ସେଥିପାଇଁ ଅପରାହ୍ଣ ଘ.୫.୦୦ ଟିକା ଠାରୁ ରାତ୍ର ଠ.୯.୦୦ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ ରହିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!