୨୩ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ : ରାଜ୍ୟ ସରକାର

ପୁରୀ,୨୦।୮: ରତ୍ନଭଣ୍ଡାରରୁ କଢାଯିବ ସିନ୍ଦୁକ। ମହାପ୍ରଭୁଙ୍କ ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତରଣ ହେବ। ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ନୀଳାଦ୍ରି ବିହାର ମ୍ୟୁଜିୟମ ନିକଟରେ ଥିବା କୋଠରୀକୁ ସ୍ଥାନାନ୍ତରଣ କରାଯିବ। ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଏହାକୁ ସ୍ଥାନାନ୍ତରଣ କରାଯିବ। ୨୩ ତାରିଖ ମଧ୍ୟାହ୍ନ ୧ଟାରୁ ଏହି ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ।  ଶୁକବ୍ରାର ମଧ୍ୟାହ୍ନ ୧ଟାରୁ ଏହି ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହେବ। ଏହି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ମହାପ୍ରସାଦ କିଣିିବାକୁ ଇଚ୍ଛୁକ ଭକ୍ତ ସିଂହଦାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରକୁ ଯାଇପାରିବେ । ସୂଚନାଥାଉ କି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ହୋଇସାରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!