ଭୁବନେଶ୍ୱର,୨୦।୮: ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏଥିପାଇଁ ମମତା ମହାନ୍ତଙ୍କୁ ପ୍ରାର୍ଥୀ କରାଯାଇଛି।ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ବିଜେଡି ଛାଡ଼ି ବିଜେପିରେ ମିଶିଥିବା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି। ମମତା ହେଉଛନ୍ତି କୁଡୁମୀ ସମ୍ପ୍ରଦାୟର ନେତ୍ରୀ। ରାଜ୍ୟସଭା ପ୍ରାର୍ଥୀ ପାଇଁ ଆଜି ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ମହାସଚିବ ଓ ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |