ଭୁବନେଶ୍ୱର, ୨୨ା୮: IAS ସ୍ତରରେ ଅଦଳବଦଳ । ୧୮ ଆଇଏସ୍ଙ୍କୁ ବଦଳି କଲେ ରାଜ୍ୟ ସରକାର । ସତ୍ୟବ୍ରତ ସାହୁଙ୍କୁ ଦିଆଗଲା ଗୃହ ବିଭାଗର ACS ଦାୟିତ୍ୱ । ଦେଓ ରଂଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ACS । SRC ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ଦେଓ ରଂଜନ । ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ କରାଯାଇଛି । ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ବ ମିଳିଛି । ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବ ତୁଲାଇବେ ବିଷ୍ଣୁପଦ ସେଠୀ । ଉଷା ପାଢୀଙ୍କୁ ମିଳିଛି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦାୟିତ୍ୱ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |