ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ଗୃହରେ ବିରୋଧୀ ଦଳ ବିଜେଡିର ହଟ୍ଟଗୋଳ। ପ୍ରଶ୍ନକାଳ ଆରମ୍ଭରୁ ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଛି ବିଜେଡି। ମଦମୃତ୍ୟୁ ଘଟଣାରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେଡି। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିବା ବେଳେ ବିଜେଡି ବିଧାୟକମାନେ ନାରାବାଜି କରିଥିଲେ। ସେପଟେ ଇଡ଼ି ପ୍ରସଙ୍ଗରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ। ଗୃହର ମଧ୍ୟ ଭାଗକୁ ଆସିବ ପ୍ରବଳ ହଟ୍ଟଗୋଳ କରିବାରୁ ଗୃହ କାର୍ଯ୍ୟ ଅଚଳ ହୋଇଥିଲା। ଫଳରେ ବାଚସ୍ପତି ଗୃହକୁ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!