ଆଜି ଶ୍ରୀଜିଉଙ୍କୁ ଲାଗି ହେବ ରାହୁ ରେଖା

ପୁରୀ,୨୪ା୮: ଶ୍ରୀମନ୍ଦିରରେ ଶନିବାର ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ଅର୍ଥାତ୍ ରେଖାପଞ୍ଚମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା। ଶ୍ରୀଜିଉଙ୍କ ଶ୍ରୀମୁଖ ସୁନ୍ଦର ଦେଖାଯିବା ପାଇଁ ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତିଙ୍କୁ ଲାଗି କରାଯିବ।ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ।ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!