ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍‌ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି ଲେଖାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ ମଧ୍ୟ କରିଛନ୍ତି।ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ASI ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଅତି ଶ୍ରୀଘ ASI ତରଫରୁ ଯାଞ୍ଚ କାର୍ଯ୍ୟ ସମ୍ପନ୍ନ କରି ମରାମତି କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି।ଉନ୍ନତ ଅନୁଷ୍ଠାନ ଯଥା IIT ବିଶେଷଜ୍ଞ ଓ CBRI ବିଶେଷଜ୍ଞଙ୍କ ଦ୍ବାରା ଯାଞ୍ଚ ପାଇଁ ଅନୁରୋଧ କରାଯାଇଛି। ଏଥିନିମନ୍ତେ ଅତ୍ୟାଧୁନିକ ଯନ୍ତ୍ରପାତିରେ ଲେଜର ସ୍କାନିଂ ଓ GPRS ଭଳି ଅତ୍ୟାଧୁନିକ ଭାବରେ ଯାଞ୍ଚ କରିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏଥିନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।ଯାଞ୍ଚ ସମୟରେ ନୀତିକାନ୍ତି ବ୍ୟାଘାତ ନହେବା ପାଇଁ ଛତିଶା ନିଯୋଗ ଓ ପରିଚାଳନା କମିଟି ତରଫରୁ ନୀତିର ସାରଣୀ କରାଯିବ। ଯାଞ୍ଚ ଓ ମରାମତି ପାଇଁ ପୂର୍ବରୁ ଯେଉଁ SOP ପ୍ରସ୍ତୁତ କରାଯାଇଛି ସେହି କ୍ରମରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!