ଲଘୁଚାପ ପ୍ରଭାବ ,ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୮ : ରାଜ୍ୟର ପ୍ରାୟ ୨୬ଟି ଜିଲ୍ଲାର କେତେକ ସ୍ଥାନରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨୬ ଜିଲ୍ଲା ମଧ୍ୟରୁ ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସତର୍କ କରାଯାଇଛି।ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାମାନଙ୍କରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!