ଭୁବନେଶ୍ୱର,୨୫ା୮: ଆଜି ଶଙ୍ଖ ଭବନରେ ବିଜେଡି ବିଧାୟକମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ସକାଳ ୧୦ଟାରୁ ଆରମ୍ଭ ହେବ ବିଧାୟକ ପ୍ରଶିକ୍ଷଣ ଶିବିର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବେ । ଶଙ୍ଖ ଭବନରେ ବିଜେଡ଼ି ବିଧାୟକ ନେବେ ପ୍ରଶିକ୍ଷଣ । ନବ-ନିର୍ବାଚିତ ୧୮ ବିଜେଡି ବିଧାୟକଙ୍କ ସମେତ ଅନ୍ୟ ବିଧାୟକ ମାନେ ବି ତାଲିମ୍ ନେବେ ।ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିବେ। ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ବିଧାୟକ ଏବଂ ନେତୃବୃନ୍ଦ ଓଡ଼ିଶା ବିଧାନସଭାର ବିଭିନ୍ନ କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ନବାଗତ ବିଧାୟକମାନଙ୍କୁ ସୂଚନା ଦେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |