ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୫।୮: ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନ ମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଆସନ୍ତୁ ଏହି ଯୋଜନାର ଲାଭ ପାଇବା ପାଇଁ କିପରି ଆବେଦନ କରିବେ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!