ପୁରୀ,୨୭।୮:ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତି ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ଗତକାଲି ରାତିରେ ବିଭିନ୍ନ ମନ୍ଦିରରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏଥିପାଇଁ ମନ୍ଦିର ଗୁଡ଼ିକରେ ସ୍ୱତନ୍ତ୍ର ନୀତି କରାଯାଇଥିଲା। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ।ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଓ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବେ। ଭିତରଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |