ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୭।୮:ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ।ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ ପାଇଁ ସ୍ୱାଧୀନଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି ବିଧାୟକଙ୍କ ଉପସ୍ଥିତିରେ ସେ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ଦାଖଲ କରିଥିଲେ। ଦଳ ପକ୍ଷରୁ ତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇ ନଥିବା ବେଳେ ସେ  କାହିଁକି ନାମାଙ୍କନ ଦାଖଲ କରିଥିଲେ, ଏବେ କାହିଁକି ପ୍ରତ୍ୟାହାର କରିବେ ତାହା ଜଣାପଡ଼ି ନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!