ଖୁବଶୀଘ୍ର ୩୫ ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୭।୮: ରାଜ୍ୟରେ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି। ଆସନ୍ତା ମାସରେ ନିଯୁକ୍ତି ମେଳା କରି ନିଯୁକ୍ତି ପତ୍ର ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର। ବିଭିନ୍ନ ବର୍ଗର ପ୍ରାୟ ୨୨ ହଜାର ପଦବୀର ନିଯୁକ୍ତିପତ୍ର ବଣ୍ଟାଯିବ। ବିଭିନ୍ନ ବିଭାଗରେ ଖାଲି ପଡିଥିବା ପଦବୀକୁ ଦେଖି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯିବ।ଖାଲି ପଡିଥିବା ପଦବୀ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପୂରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସରକାରୀ ନିଯୁକ୍ତି ସମ୍ପର୍କରେ ଡିସେମ୍ବର ସୁଦ୍ଧା ବିଜ୍ଞାପନ ପ୍ରକାଶ କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!